9ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।
10କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;
11ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।
12ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!
13ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।