ଯିଶାଇୟ 17

ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!

Isaiah 17:12 (UKJV) Woe to the multitude of many people, which make a noise like the noise of the seas; and to the rushing of nations, that make a rushing like the rushing of mighty waters!

10କାରଣ ତୁମ୍ଭେ ଆପଣା ପରିତ୍ରାଣର ପରମେଶ୍ୱରଙ୍କୁ ପାସୋରିଅଛ ଓ ଆପଣା ଶକ୍ତି ସ୍ୱରୂପ ଶୈଳ ବିଷୟରେ ମନୋଯୋଗୀ ହୋଇ ନାହଁ; ଏହେତୁ ତୁମ୍ଭେ ସୁନ୍ଦର ସୁନ୍ଦର ଚାରା ରୋପଣ କରୁଅଛ ଓ ବିଦେଶୀୟ କଲମ ସଙ୍ଗେ ତାହା ବସାଉଅଛ;

11ତୁମ୍ଭେ ରୋପଣ କରିବା ଦିନ ତହିଁର ଚାରିଆଡ଼େ ବାଡ଼ ଦେଉଅଛ ଓ ପ୍ରାତଃକାଳରେ ତୁମ୍ଭେ ଆପଣା ବୀଜକୁ ପୁଷ୍ପିତ କରାଉଅଛ; ମାତ୍ର ଦୁଃଖ ଓ ପ୍ରତିକାରହୀନ ଶୋକ ସମୟରେ ଫଳ ଉଡ଼ିଯାଏ।

12ଆଃ! ଅନେକ ଗୋଷ୍ଠୀର କୋଳାହଳ, ସେମାନେ ସମୁଦ୍ରର କଲ୍ଲୋଳର ତୁଲ୍ୟ କଲ୍ଲୋଳ ଧ୍ୱନି କରୁଅଛନ୍ତି; ନାନା ଦେଶୀୟଗଣ ମାଡ଼ି ଆସୁଅଛନ୍ତି, ସେମାନେ ପ୍ରବଳ ବଢ଼ି ପରି ମାଡ଼ି ଆସୁଅଛନ୍ତି!

13ନାନା ଦେଶୀୟଗଣ, ମହାଜଳରାଶି ମାଡ଼ି ଆସିବା ପରି ମାଡ଼ି ଆସୁଅଛନ୍ତି; ମାତ୍ର ସେ ସେମାନଙ୍କୁ ଧମକାଇବେ, ତହିଁରେ ସେମାନେ ଦୂରକୁ ପଳାଇବେ ଓ ବାୟୁ ସମ୍ମୁଖରେ ପର୍ବତସ୍ଥ ତୁଷ ତୁଲ୍ୟ ଓ ପ୍ରଚଣ୍ଡ ବାୟୁ ଅଗ୍ରତେ ଘୂର୍ଣ୍ଣାୟମାନ ଧୂଳି ତୁଲ୍ୟ ତାଡ଼ିତ ହେବେ।

14ଦେଖ, ସନ୍ଧ୍ୟାକାଳେ ତ୍ରାସ ଓ ପ୍ରଭାତର ପୂର୍ବେ ସେମାନେ ନାହାନ୍ତି। ଆମ୍ଭମାନଙ୍କ ଲୁଟିତକାରୀମାନଙ୍କର ଅଂଶ ଓ ଆମ୍ଭମାନଙ୍କ ଅପହରଣକାରୀମାନଙ୍କ ବାଣ୍ଟ ଏହି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.