ଯିଶାଇୟ 17

ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;

Isaiah 17:4 (UKJV) And in that day it shall come to pass, that the glory of Jacob shall be made thin, and the fatness of his flesh shall wax lean.

2ଅରୋୟରର ନଗରସବୁ ପରିତ୍ୟକ୍ତ ହୋଇଅଛି; ସେହି ସବୁ ପଶୁପଲର ପାଇଁ ହେବ, ସେମାନେ ସେଠାରେ ଶୟନ କରିବେ, ଆଉ କେହି ସେମାନଙ୍କୁ ଭୟ ଦେଖାଇବ ନାହିଁ।

3ଆହୁରି, ଇଫ୍ରୟିମରୁ ଦୁର୍ଗ ଓ ଦମ୍ମେଶକରୁ ରାଜ୍ୟ ଓ ଅରାମର ଅବଶିଷ୍ଟାଂଶ ଲୁପ୍ତ ହେବ; ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ସେହି ସବୁ ଇସ୍ରାଏଲ-ସନ୍ତାନଗଣର ଗୌରବ ତୁଲ୍ୟ ହେବ।

4ଆଉ, ସେହି ଦିନରେ ଯାକୁବର ଗୌରବ ହ୍ରାସ କରାଯିବ ଓ ତାହାର ମାଂସର ସ୍ଥୂଳତା କ୍ଷୀଣ ହେବ;

5ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।

6ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.