5ଆଉ, ଯେପରି ଶସ୍ୟ କାଟିବା ଲୋକ କ୍ଷେତ୍ରସ୍ଥ ଶସ୍ୟ ସଂଗ୍ରହ କରିବା ବେଳେ ଓ ତାହାର ହସ୍ତ ଶିଷା କାଟିବା ବେଳେ, କିଅବା ଯେପରି କେହି ରଫାୟୀମ ତଳଭୂମିରେ ପତିତ ଶିଷା ସାଉଣ୍ଟିବା ବେଳେ ହୁଏ, ସେହିପରି ହେବ।
6ତଥାପି ଜୀତବୃକ୍ଷର ଫଳ ଝାଡ଼ି ନେଲା ଉତ୍ତାରେ ଯେପରି ତାହାର ଉଚ୍ଚତମ ଶାଖାରେ ଦୁଇ ତିନି ଗୋଟା ଫଳ ଓ ଫଳବାନ ବୃକ୍ଷର ବାହାରସ୍ଥ ଶାଖାରେ ଚାରି ପାଞ୍ଚ ଗୋଟା ଫଳ ଥାଏ, ସେହିପରି ତାହାର କିଛି ଅବଶିଷ୍ଟ ରହିବ, ଏହା ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର କହନ୍ତି।
7ସେହି ଦିନରେ ମନୁଷ୍ୟ ଆପଣା ସୃଷ୍ଟିକର୍ତ୍ତାଙ୍କ ପ୍ରତି ଅନାଇବ ଓ ତାହାର ଚକ୍ଷୁ ଇସ୍ରାଏଲର ଧର୍ମସ୍ୱରୂପଙ୍କ ପ୍ରତି ଦୃଷ୍ଟି ରଖିବ।
8ପୁଣି, ସେ ଆପଣା ହସ୍ତକୃତ ଯଜ୍ଞବେଦିସମୂହର ପ୍ରତି ଅନାଇବ ନାହିଁ, କିଅବା ଆପଣା ଅଙ୍ଗୁଳିକୃତ ଆଶେରା ମୂର୍ତ୍ତି ଅବା ସୂର୍ଯ୍ୟ ପ୍ରତିମାସକଳର ପ୍ରତି ଦୃଷ୍ଟି ରଖିବ ନାହିଁ।
9ସେହି ଦିନ ତାହାର ଦୃଢ଼ ନଗରସବୁ ଇସ୍ରାଏଲ-ସନ୍ତାନଗଣର ଭୟରେ ବନସ୍ଥ ଓ ପର୍ବତର ଉପରିସ୍ଥ ପରିତ୍ୟକ୍ତ ସ୍ଥାନ ତୁଲ୍ୟ ହେବ ଓ ଦେଶ ଉଚ୍ଛିନ୍ନ ହେବ।