ଯିଶାଇୟ 18

ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!

Isaiah 18:2 (UKJV) That sends ambassadors by the sea, even in vessels of bulrushes upon the waters, saying, Go, all of you swift messengers, to a nation scattered and peeled, to a people terrible from their beginning until now; a nation meted out and trodden down, whose land the rivers have spoiled!

1ଆଃ! କୂଶଦେଶୀୟ ନଦୀଗଣର ସେପାରିସ୍ଥିତ ପକ୍ଷର ଶବ୍ଦବିଶିଷ୍ଟ ଦେଶ;

2ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!

3ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।

4କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.