ଯିଶାଇୟ 18

କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”

Isaiah 18:4 (UKJV) For so the LORD said unto me, I will take my rest, and I will consider in my dwelling place like a clear heat upon herbs, and like a cloud of dew in the heat of harvest.

2ସେ ସମୁଦ୍ର ପଥରେ ନଳନିର୍ମିତ ନୌକାରେ ଜଳ ଉପରେ ଦୂତଗଣକୁ ପ୍ରେରଣ କରି କହେ, ହେ ଦ୍ରୁତଗାମୀ ଦୂତଗଣ, ଯେଉଁ ଗୋଷ୍ଠୀୟ ଲୋକେ ଦୀର୍ଘକାୟ ଓ ଚିକ୍କଣ, ଯେଉଁ ଜନବୃନ୍ଦ ଅଦ୍ୟାବଧି ଭୟଙ୍କର; ଯେଉଁ ଗୋଷ୍ଠୀୟ ଲୋକେ ପରିମାଣ କରନ୍ତି ଓ ଦଳିତ କରନ୍ତି, ଯେଉଁମାନଙ୍କ ଦେଶ ନଦ-ନଦୀରେ ବିଭକ୍ତ, ତୁମ୍ଭେମାନେ ସେମାନଙ୍କ ନିକଟକୁ ଯାଅ!

3ହେ ଜଗନ୍ନିବାସୀଗଣ; ହେ ପୃଥିବୀର ନିବାସୀ ସମସ୍ତେ, ପର୍ବତମାନର ଉପରେ ଧ୍ୱଜା ଉତ୍ଥିତ ହେବା ବେଳେ ତୁମ୍ଭେମାନେ ଦୃଷ୍ଟି କର ଓ ତୂରୀ ବାଜିବା ବେଳେ ତୁମ୍ଭେମାନେ ଶ୍ରବଣ କର।

4କାରଣ ସଦାପ୍ରଭୁ ଆମ୍ଭକୁ ଏହିପରି କହିଅଛନ୍ତି, “ଖରା ସମୟରେ ନିର୍ମଳ ତାପ ପରି, ଶସ୍ୟଚ୍ଛେଦନକାଳୀନ ତାପ ସମୟରେ ଶିଶିରଯୁକ୍ତ ମେଘ ପରି ଆମ୍ଭେ କ୍ଷାନ୍ତ ହେବା ଓ ଆପଣା ବାସ ସ୍ଥାନରେ ଥାଇ ନିରୀକ୍ଷଣ କରିବା।”

5ଯେହେତୁ ଦ୍ରାକ୍ଷା ସଞ୍ଚୟ କରିବା ପୂର୍ବେ ମୁକୁଳ ହୋଇଗଲା ଉତ୍ତାରେ ଓ ପୁଷ୍ପ ଦ୍ରାକ୍ଷାଫଳ ହୋଇ ପାଚୁଥିବା ସମୟରେ ସେ ଦାଆ ନେଇ ତହିଁର ପଲ୍ଲବ କାଟି ପକାଇବେ ଓ ତହିଁର ବିସ୍ତାରିତ ଶାଖାସବୁ ଛେଦନ କରି ପକାଇବେ।

6ପର୍ବତସ୍ଥ ଦୁରନ୍ତ ପକ୍ଷୀଗଣ ଓ ପୃଥିବୀର ପଶୁଗଣ ନିମନ୍ତେ ସେହି ସବୁ ପରିତ୍ୟକ୍ତ ହେବ; ଦୁରନ୍ତ ପକ୍ଷୀଗଣ ତହିଁ ଉପରେ ଗ୍ରୀଷ୍ମକାଳ କ୍ଷେପଣ କରିବେ ଓ ପୃଥିବୀର ପଶୁସବୁ ତହିଁ ଉପରେ ଶୀତକାଳ କ୍ଷେପଣ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.