ଯିଶାଇୟ 19

ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।

Isaiah 19:10 (UKJV) And they shall be broken in the purposes thereof, all that make sluices and ponds for fish.

8କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।

9ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।

10ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।

11ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍‍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?

12ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.