9ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।
10ପୁଣି, ତାହାର ସ୍ତମ୍ଭସକଳ ଭଙ୍ଗାଯାଇ ଖଣ୍ଡ ଖଣ୍ଡ ହେବ, ବେତନ ପାଇଁ କାର୍ଯ୍ୟ କରିବା ଲୋକ ସମସ୍ତେ ପ୍ରାଣରେ ଦୁଃଖିତ ହେବେ।
11ସୋୟନର ଅଧିପତିମାନେ ନିତାନ୍ତ ନିର୍ବୋଧ ଅଟନ୍ତି; ଫାରୋର ବିଜ୍ଞବର ମନ୍ତ୍ରୀଗଣର ମନ୍ତ୍ରଣା ପଶୁବତ୍ ହୋଇଅଛି; ତୁମ୍ଭେମାନେ କିପରି କରି ଫାରୋକୁ କହୁଅଛ, ଆମ୍ଭେ ଜ୍ଞାନୀମାନଙ୍କର ପୁତ୍ର, ପ୍ରାଚୀନ ରାଜାଗଣର ସନ୍ତାନ?
12ତେବେ ତୁମ୍ଭର ଜ୍ଞାନୀ ଲୋକମାନେ କେଉଁଠାରେ? ସେମାନେ ଏବେ ତୁମ୍ଭକୁ ଜଣାଉନ୍ତୁ ଓ ସୈନ୍ୟାଧିପତି ସଦାପ୍ରଭୁ ମିସର ବିଷୟରେ ଯାହା ମନ୍ତ୍ରଣା କରିଅଛନ୍ତି, ତାହା ସେମାନେ ଜାଣନ୍ତୁ।
13ସୋୟନର ଅଧିପତିମାନେ ନିର୍ବୋଧ ହୋଇଅଛନ୍ତି, ନୋଫର ଅଧିପତିମାନେ ଭ୍ରାନ୍ତ ହୋଇଅଛନ୍ତି; ଯେଉଁମାନେ ମିସରୀୟ ଗୋଷ୍ଠୀବର୍ଗର କୋଣ-ପ୍ରସ୍ତର ସ୍ୱରୂପ, ସେମାନେ ମିସରକୁ ବିପଥରେ ଗମନ କରାଇଅଛନ୍ତି।