14ସଦାପ୍ରଭୁ ମିସର ମଧ୍ୟରେ ଭ୍ରାନ୍ତିରୂପ ଆତ୍ମା ମିଶ୍ରିତ କରିଅଛନ୍ତି; ପୁଣି, ମତ୍ତ ଲୋକ ଯେପରି ଆପଣା ବାନ୍ତିରେ ଟଳଟଳ ହୋଇପଡ଼େ, ସେହିପରି ସେମାନେ ମିସରକୁ ତାହାର ପ୍ରତ୍ୟେକ କର୍ମରେ ବିପଥଗାମୀ କରାଇଅଛନ୍ତି।
15ପୁଣି, ମସ୍ତକ କିମ୍ବା ଲାଙ୍ଗୁଳ, କିମ୍ବା ତାଳବାହୁଙ୍ଗା କିମ୍ବା ଜଳଜ ତୃଣ ଯାହା କରିପାରେ, ଏପରି କୌଣସି କାର୍ଯ୍ୟ ମିସର ପାଇଁ କରାଯିବ ନାହିଁ।
16ସେହି ଦିନ ମିସର ସ୍ତ୍ରୀମାନଙ୍କ ତୁଲ୍ୟ ହେବ, ପୁଣି, ସୈନ୍ୟାଧିପତି ସଦାପ୍ରଭୁ, ତାହା ଉପରେ ଯେଉଁ ହସ୍ତ ହଲାନ୍ତି, ତାହାଙ୍କର ସେହି ହସ୍ତ ହଲିବା ସକାଶୁ ସେ କମ୍ପିବ ଓ ଭୀତ ହେବ।
17ମିସର ପ୍ରତି ଯିହୁଦା ଦେଶ ତ୍ରାସଜନକ ହେବ, ସୈନ୍ୟାଧିପତି ସଦାପ୍ରଭୁ ତାହାର ପ୍ରତିକୂଳରେ ଯେଉଁ ମନ୍ତ୍ରଣା କରନ୍ତି, ତହିଁ ସକାଶୁ ଯେ ପ୍ରତ୍ୟେକ ଲୋକକୁ ଯିହୁଦାର ନାମ କୁହାଯାଏ, ସେ ଭୀତ ହେବ।
18ସେହି ଦିନ ମିସର ଦେଶ ମଧ୍ୟରେ ପାଞ୍ଚ ନଗର କିଣାନୀୟ ଭାଷାବାଦୀ ହେବେ ଓ ସୈନ୍ୟାଧିପତି ସଦାପ୍ରଭୁଙ୍କ ନାମରେ ଶପଥ କରିବେ, ଏକ ନଗର ଉତ୍ପାଟନ ନଗର ବୋଲି ଖ୍ୟାତ ହେବ।