23ସେହି ଦିନ ମିସରଠାରୁ ଅଶୂରକୁ ଏକ ରାଜପଥ ପଡ଼ିବ, ତହିଁରେ ଅଶୂରୀୟମାନେ ମିସରକୁ ଓ ମିସରୀୟମାନେ ଅଶୂରକୁ ଯାତାୟାତ କରିବେ; ପୁଣି, ମିସରୀୟମାନେ ଅଶୂରୀୟମାନଙ୍କ ସଙ୍ଗେ ଆରାଧନା କରିବେ।
24ସେହି ଦିନ ଇସ୍ରାଏଲ, ମିସର ଓ ଅଶୂରର ସଙ୍ଗେ ତୃତୀୟ ହୋଇ ପୃଥିବୀ ମଧ୍ୟରେ ଆଶୀର୍ବାଦର ପାତ୍ର ହେବ;
25କାରଣ ସୈନ୍ୟାଧିପତି ସଦାପ୍ରଭୁ ସେମାନଙ୍କୁ ଆଶୀର୍ବାଦ କରି କହିଅଛନ୍ତି, ଆମ୍ଭର ଲୋକ ମିସର, ଆମ୍ଭର ହସ୍ତକୃତ କର୍ମ ଅଶୂର ଓ ଆମ୍ଭର ଅଧିକାର ଇସ୍ରାଏଲ ଆଶୀର୍ବାଦଯୁକ୍ତ ହେଉନ୍ତୁ।