5ପୁଣି, ସମୁଦ୍ର ଜଳଶୂନ୍ୟ ହେବ ଓ ନଦୀ କ୍ଷୟ ପାଇ ଶୁଷ୍କ ହେବ।
6ଆଉ, ନଦୀସବୁ ଦୁର୍ଗନ୍ଧ ହେବ; ମିସରର ସ୍ରୋତସବୁ ସାନ ହୋଇ ଶୁଖିଯିବ; ନଳ ଓ ଜଳଜ ତୃଣ ଶୁଷ୍କ ହୋଇଯିବ।
7ନୀଳ ନଦୀ ନିକଟସ୍ଥ, ନୀଳ ନଦୀର ତୀରବର୍ତ୍ତୀ ପଡ଼ିଆସବୁ ଓ ନୀଳ ନଦୀ ନିକଟରେ ଯାହା କିଛି ବୁଣାଯାଏ, ସେହି ସବୁ ଶୁଷ୍କ ହୋଇ ଉଡ଼ିଯିବ ଓ ଆଉ ରହିବ ନାହିଁ।
8କେଉଟମାନେ ମଧ୍ୟ ବିଳାପ କରିବେ ଓ ଯେଉଁମାନେ ନୀଳ ନଦୀରେ ବନଶୀ ପକାନ୍ତି, ସେମାନେ ସମସ୍ତେ ଶୋକ କରିବେ, ପୁଣି, ଯେଉଁମାନେ ଜଳରେ ଜାଲ ପ୍ରସାରନ୍ତି, ସେମାନେ ଅବସନ୍ନ ହେବେ।
9ଆହୁରି, ଯେଉଁମାନେ ପରିଷ୍କୃତ ଛଣପଟର କାର୍ଯ୍ୟ କରନ୍ତି ଓ ଯେଉଁମାନେ ଶୁକ୍ଳବସ୍ତ୍ର ବୁଣନ୍ତି, ସେମାନେ ଲଜ୍ଜିତ ହେବେ।