1ଆମୋସର ପୁତ୍ର ଯିଶାଇୟ, ଯିହୁଦା ଓ ଯିରୂଶାଲମ ବିଷୟରେ ଯେଉଁ ଦର୍ଶନ ପାଇଲେ, ତହିଁର ବୃତ୍ତାନ୍ତ।
2ଶେଷ କାଳରେ ଏରୂପ ଘଟିବ, ସଦାପ୍ରଭୁଙ୍କ ଗୃହର ପର୍ବତ, ପର୍ବତଗଣର ଶିଖର ଉପରେ ସ୍ଥାପିତ ହେବ ଓ ଉପପର୍ବତଗଣ ଅପେକ୍ଷା ଉଚ୍ଚୀକୃତ ହେବ; ଆଉ, ସମୁଦାୟ ଗୋଷ୍ଠୀ ସ୍ରୋତ ପରି ତହିଁ ମଧ୍ୟକୁ ବହି ଆସିବେ।
3ପୁଣି, ଅନେକ ଗୋଷ୍ଠୀ ଯାଉ ଯାଉ କହିବେ, “ତୁମ୍ଭେମାନେ ଆସ, ଆମ୍ଭେମାନେ ସଦାପ୍ରଭୁଙ୍କ ପର୍ବତକୁ, ଯାକୁବର ପରମେଶ୍ୱରଙ୍କ ଗୃହକୁ ଯାଉ; ତହିଁରେ ସେ ଆପଣା ପଥ ବିଷୟ ଆମ୍ଭମାନଙ୍କୁ ଶିକ୍ଷା ଦେବେ ଓ ଆମ୍ଭେମାନେ ତାହାଙ୍କ ମାର୍ଗରେ ଗମନ କରିବା।” କାରଣ ସିୟୋନଠାରୁ ବ୍ୟବସ୍ଥା ଓ ଯିରୂଶାଲମଠାରୁ ସଦାପ୍ରଭୁଙ୍କର ବାକ୍ୟ ନିର୍ଗତ ହେବ।