10ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।
11ମନୁଷ୍ୟର ଉଚ୍ଚ ଦୃଷ୍ଟି ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ, ପୁଣି, ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
12କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
13ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
14ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;