12କାରଣ ଅହଙ୍କାରୀ, ଗର୍ବିତ ଓ ଉଚ୍ଚୀକୃତ ସମସ୍ତଙ୍କ ପ୍ରତିକୂଳରେ ସୈନ୍ୟାଧିପତି ସଦାପ୍ରଭୁଙ୍କର ଏକ ଦିନ ଉପସ୍ଥିତ ହେବ, ତହିଁରେ ତାହା ନତ ହେବ;
13ଅର୍ଥାତ୍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;
14ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;
15ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
16ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।