ଯିଶାଇୟ 2

ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;

Isaiah 2:15 (UKJV) And upon every high tower, and upon every fenced wall,

13ଅର୍ଥାତ୍‍, (ସେହି ଦିନ) ଲିବାନୋନର ଉଚ୍ଚ ଓ ଉନ୍ନତ ସକଳ ଏରସ ବୃକ୍ଷର ପ୍ରତିକୂଳ ଓ ବାଶନର ସମସ୍ତ ଅଲୋନ ବୃକ୍ଷର ପ୍ରତିକୂଳ;

14ପୁଣି, ସକଳ ଉଚ୍ଚ ପର୍ବତର ପ୍ରତିକୂଳ ଓ ସକଳ ଉନ୍ନତ ଉପପର୍ବତର ପ୍ରତିକୂଳ;

15ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;

16ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।

17ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.