15ଆଉ, ପ୍ରତ୍ୟେକ ଉଚ୍ଚ ଦୁର୍ଗର ପ୍ରତିକୂଳ ଓ ପ୍ରତ୍ୟେକ ସୁଦୃଢ଼ ପ୍ରାଚୀରର ପ୍ରତିକୂଳ;
16ତର୍ଶୀଶର ସକଳ ଜାହାଜର ପ୍ରତିକୂଳ ଓ ମନୋହର ସକଳ ଶିଳ୍ପକର୍ମର ପ୍ରତିକୂଳ ହେବ।
17ପୁଣି, ମନୁଷ୍ୟର ଉଚ୍ଚତା ନତ ହେବ ଓ ମନୁଷ୍ୟମାନଙ୍କର ଅହଙ୍କାର ଅବନତ ହେବ; ଆଉ ସେହି ଦିନରେ କେବଳ ସଦାପ୍ରଭୁ ଉନ୍ନତ ହେବେ।
18ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
19ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।