18ପୁଣି, ପ୍ରତିମାସକଳ ନିଃଶେଷ ରୂପେ ଲୁପ୍ତ ହେବେ।
19ଆଉ, ଯେତେବେଳେ ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବାକୁ ଉଠିବେ, ସେତେବେଳେ ଲୋକମାନେ ତାହାଙ୍କ ଭୟାନକତ୍ତ୍ୱ ଓ ମହିମାର ତେଜରୁ ଶୈଳର ଗୁମ୍ଫା ଓ ପୃଥିବୀର ଗର୍ତ୍ତରେ ପ୍ରବେଶ କରିବେ।
20ସଦାପ୍ରଭୁ ପୃଥିବୀକୁ ଅତିଶୟ କମ୍ପିତ କରିବା ପାଇଁ ଉଠିଲେ, ତାହାଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ ଶୈଳର ଗହ୍ୱର ଓ ଶୈଳର ବିଦୀର୍ଣ୍ଣ ସ୍ଥାନରେ ପ୍ରବେଶ କରିବା ପାଇଁ;
21ମନୁଷ୍ୟ ଆପଣାର ଭଜନାର୍ଥେ ନିର୍ମିତ ରୌପ୍ୟମୟ ପ୍ରତିମା ଓ ସ୍ୱର୍ଣ୍ଣମୟ ପ୍ରତିମାଗଣକୁ ସେହି ଦିନ ମୂଷିକ ଓ ଚାମଚିକାଗଣର ନିକଟରେ ପକାଇ ଦେବ।
22ତୁମ୍ଭେମାନେ ନାସାଗ୍ରେ ପ୍ରାଣବାୟୁଧାରୀ ମନୁଷ୍ୟର (ଆଶ୍ରୟରୁ) କ୍ଷାନ୍ତ ହୁଅ; କାରଣ ସେ କାହା ମଧ୍ୟରେ ଗଣ୍ୟ?