6କାରଣ ତୁମ୍ଭେ ଆପଣା ଲୋକ ଯାକୁବ ବଂଶକୁ ପରିତ୍ୟାଗ କରିଅଛ, ଯେହେତୁ ସେମାନେ ପୂର୍ବଦେଶୀୟ ଆଚାରରେ ପରିପୂର୍ଣ୍ଣ ଓ ପଲେଷ୍ଟୀୟମାନଙ୍କ ନ୍ୟାୟ ଗଣକ ହୋଇଅଛନ୍ତି, ପୁଣି, ସେମାନେ ବିଦେଶୀୟ ସନ୍ତାନଗଣ ସହିତ ହସ୍ତ ତାଳି ଦିଅନ୍ତି।
7ସେମାନଙ୍କ ଦେଶ ମଧ୍ୟ ରୂପା ଓ ସୁନାରେ ପରିପୂର୍ଣ୍ଣ; ସେମାନଙ୍କ ଧନର ସୀମା ନାହିଁ; ଆହୁରି, ସେମାନଙ୍କ ଦେଶ ଅଶ୍ୱରେ ପରିପୂର୍ଣ୍ଣ ଓ ସେମାନଙ୍କ ରଥର ସୀମା ନାହିଁ।
8ସେମାନଙ୍କ ଦେଶ ମଧ୍ୟ ପ୍ରତିମାରେ ପରିପୂର୍ଣ୍ଣ; ସେମାନେ ଆପଣାମାନଙ୍କ ଅଙ୍ଗୁଳି ନିର୍ମିତ ସ୍ୱହସ୍ତକୃତ ବସ୍ତୁକୁ ପ୍ରଣାମ କରନ୍ତି।
9ସାମାନ୍ୟ ଲୋକ ଅଧୋମୁଖ ଓ ମହାନ ଲୋକ ନତ ହୁଏ; ଏହେତୁ ସେମାନଙ୍କୁ କ୍ଷମା କର ନାହିଁ।
10ତୁମ୍ଭେ ସଦାପ୍ରଭୁଙ୍କ ଭୟାନକତ୍ତ୍ୱ ଓ ତାହାଙ୍କ ମହିମାର ତେଜରୁ, ଶୈଳରେ ପ୍ରବେଶ କରି ଧୂଳିରେ ଆପଣାକୁ ଲୁଚାଅ।