4ସେହିପରି ଅଶୂରର ରାଜା ମିସରୀୟମାନଙ୍କ ଲଜ୍ଜାର ନିମନ୍ତେ ଆବାଳବୃଦ୍ଧ ମିସରୀୟ ବନ୍ଦୀ ଓ କୂଶୀୟ ନିର୍ବାସିତ ଲୋକମାନଙ୍କୁ ବିବସ୍ତ୍ର, ଶୂନ୍ୟପଦ ଓ ଅନାବୃତ କଟି କରି ଘେନିଯିବ।
5ତହିଁରେ ଲୋକମାନେ ଆପଣାମାନଙ୍କର ବିଶ୍ୱାସଭୂମି କୂଶ ଓ ଆପଣାମାନଙ୍କର ଦର୍ପ ସ୍ୱରୂପ ମିସର ସକାଶୁ ନିରାଶ ଓ ଲଜ୍ଜିତ ହେବେ।
6ପୁଣି, ସେହି ଦିନ ଏହି ସମୁଦ୍ର ଅଞ୍ଚଳସ୍ଥ ନିବାସୀମାନେ କହିବେ, ‘ଦେଖ, ଅଶୂରର ରାଜାଠାରୁ ଉଦ୍ଧାର ପାଇବା ପାଇଁ ସାହାଯ୍ୟ ନିମନ୍ତେ ଯେଉଁଠାକୁ ପଳାଇଲୁ, ଆମ୍ଭମାନଙ୍କର ସେହି ବିଶ୍ୱାସଭୂମି ଏହି ପ୍ରକାର; ତେବେ ଆମ୍ଭେମାନେ ଅବା କିପରି ବଞ୍ଚିବା?’”