ଯିଶାଇୟ 21

ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”

Isaiah 21:11 (UKJV) The burden of Dumah. He calls to me out of Seir, Watchman, what of the night? Watchman, what of the night?

9ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍‍ ହେଲା।”

10ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।

11ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”

12ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”

13ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.