10ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
11ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”
12ପ୍ରହରୀ କହିଲା, “ପ୍ରଭାତ ଆସୁଅଛି ଓ ରାତ୍ରି ହିଁ ଆସୁଅଛି; ତୁମ୍ଭେମାନେ ଯଦି ପଚାରିବ, ପଚାର; ତୁମ୍ଭେମାନେ ଫେର, ଆସ।”
13ଆରବ ବିଷୟକ ଭାବବାଣୀ। ହେ ଦଦାନୀୟ ପଥିକ ଦଳ, ତୁମ୍ଭେମାନେ ଆରବର ବନ ମଧ୍ୟରେ ରାତ୍ରି ଯାପନ କରିବ।
14ଯେଉଁ ଜନ ତୃଷିତ ଥିଲା, ସେମାନେ ତାହା ନିକଟକୁ ଜଳ ଆଣିଲେ; ତେମା ଦେଶବାସୀମାନେ ଭକ୍ଷ୍ୟ ନେଇ ପଳାତକମାନଙ୍କ ସଙ୍ଗେ ସାକ୍ଷାତ କଲେ।