15କାରଣ ସେମାନେ ଖଡ୍ଗରୁ, ନିଷ୍କୋଷ ଖଡ୍ଗରୁ, ଗୁଣଦିଆ ଧନୁରୁ ଓ କ୍ଲେଶଜନକ ଯୁଦ୍ଧରୁ ପଳାଇଲେ।
16ଯେହେତୁ ସଦାପ୍ରଭୁ ମୋତେ କହିଅଛନ୍ତି, “ବେତନଜୀବୀର ବର୍ଷ ପ୍ରମାଣେ ଏକ ବର୍ଷ ମଧ୍ୟରେ କେଦାରର ସକଳ ପ୍ରତାପ ଲୁପ୍ତ ହେବ;
17ଆଉ, କେଦାର ବଂଶୀୟ ବୀରଗଣ ମଧ୍ୟରେ ଅଳ୍ପସଂଖ୍ୟକ ଧନୁର୍ଦ୍ଧାରୀ ଅବଶିଷ୍ଟ ରହିବେ କାରଣ ସଦାପ୍ରଭୁ ଇସ୍ରାଏଲର ପରମେଶ୍ୱର ଏହା କହିଅଛନ୍ତି।”