1ସାଗର ସମୀପସ୍ଥ ପ୍ରାନ୍ତର ବିଷୟକ ଭାବବାଣୀ। ତାହା ଦକ୍ଷିଣ ଦିଗରେ ଅତି ବେଗରେ ଅଗ୍ରସର ଘୂର୍ଣ୍ଣିବାୟୁ ତୁଲ୍ୟ ପ୍ରାନ୍ତରରୁ, ଏକ ଭୟଙ୍କର ଦେଶରୁ ଆସୁଅଛି।
2ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।
3ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
4ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।
5ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।