ଯିଶାଇୟ 21

ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।

Isaiah 21:4 (UKJV) My heart panted, fearfulness affrighted me: the night of my pleasure has he turned into fear unto me.

2ଏକ ଦୁଃଖଦାୟକ ଦର୍ଶନ ଆମ୍ଭ ପ୍ରତି ପ୍ରକାଶିତ ହୋଇଅଛି; ବିଶ୍ୱାସଘାତକ ବିଶ୍ୱାସଘାତକତା କରୁଅଛି ଓ ଲୁଟିତକାରୀ ଲୁଟୁଅଛି। ହେ ଏଲମ୍‍, ଉପରକୁ ଯାଅ; ହେ ମାଦୀୟେ, ଅବରୋଧ କର; ମୁଁ ତହିଁର ହାହାକାର ଧ୍ୱନିସବୁ ନିବୃତ୍ତ କରିଅଛି।

3ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।

4ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।

5ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।

6କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.