3ଏନିମନ୍ତେ ମୋହର କଟିଦେଶ ଯନ୍ତ୍ରଣାରେ ପରିପୂର୍ଣ୍ଣ ହୋଇଅଛି; ପ୍ରସବକାରିଣୀର ବେଦନା ତୁଲ୍ୟ ବେଦନା ମୋତେ ଆକ୍ରାନ୍ତ କରିଅଛି; ମୁଁ ଏପରି ବ୍ୟଥିତ ଯେ, ମୁଁ ଶୁଣି ପାରୁ ନାହିଁ; ମୁଁ ଏପରି ବିହ୍ୱଳ ଯେ, ମୁଁ ଦେଖି ପାରୁ ନାହିଁ।
4ମୋହର ହୃଦୟ ଧକାଉ ଅଛି, ମହାତ୍ରାସ ମୋତେ ଭୀତ କରାଉଅଛି; ଯେଉଁ ସନ୍ଧ୍ୟାକାଳ ମୁଁ ବାଞ୍ଛା କଲି, ତାହା ମୋʼ ପ୍ରତି ଥରହରର କାରଣ ହୋଇଅଛି।
5ସେମାନେ ମେଜ ସଜାନ୍ତି, ସେମାନେ ପ୍ରହରୀ ନିଯୁକ୍ତ କରନ୍ତି, ସେମାନେ ଭୋଜନ କରନ୍ତି, ସେମାନେ ପାନ କରନ୍ତି; ହେ ଅଧିପତିମାନେ, ଉଠ, ଢାଲ ତୈଳାକ୍ତ କର।
6କାରଣ, ପ୍ରଭୁ ମୋତେ ଏହି କଥା କହିଅଛନ୍ତି, “ଯାଅ, ଏକ ଜଣ ପ୍ରହରୀ ନିଯୁକ୍ତ କର; ସେ ଯାହା ଦେଖେ, ତାହା ପ୍ରକାଶ କରୁ;
7ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”