7ପୁଣି, ସେ ଯେତେବେଳେ ଏକ ଦଳ ସୈନ୍ୟ, ଦୁଇ ଦୁଇ ଅଶ୍ୱାରୋହୀ, ଏକ ଦଳ ଗର୍ଦ୍ଦଭାରୋହୀ ଓ ଏକ ଦଳ ଉଷ୍ଟ୍ରାରୋହୀ ଦେଖିବ, ସେତେବେଳେ ସେ ମନୋଯୋଗ-ପୂର୍ବକ ଅତି ଯତ୍ନରେ କର୍ଣ୍ଣପାତ କରିବ।”
8ତହିଁରେ ସେ ସିଂହ ତୁଲ୍ୟ ଉଚ୍ଚ ଶବ୍ଦ କରି କହିଲା, “ହେ ପ୍ରଭୁ, ମୁଁ ଦିନ ବେଳେ ନିରନ୍ତର ପ୍ରହରୀ-ଦୁର୍ଗରେ ଠିଆ ହୋଇଥାଏ ଓ କେତେକ ରାତ୍ରି ହେଲା ମୁଁ ଆପଣା ପହରା ସ୍ଥାନରେ ଅବସ୍ଥାପିତ ହୋଇଅଛି,
9ଆଉ, ଦେଖ, ଏଠି ଏକ ଦଳ ଲୋକ ଦୁଇ ଦୁଇ ଅଶ୍ୱାରୋହୀ ହୋଇ ଆସୁଅଛନ୍ତି।” ଆହୁରି, ସେ ପ୍ରତ୍ୟୁତ୍ତର କରି କହିଲା, “ବାବିଲ ପଡ଼ିଲା; ପଡ଼ିଲା ଓ ତାହାର ଖୋଦିତ ପ୍ରତିମାସବୁ ଭାଙ୍ଗି ଭୂମିସାତ୍ ହେଲା।”
10ହେ ମୋହର ମର୍ଦ୍ଦିତ ଓ ମୋʼ ଖମାରର ଶସ୍ୟ, ମୁଁ ଇସ୍ରାଏଲର ପରମେଶ୍ୱର ସୈନ୍ୟାଧିପତି ସଦାପ୍ରଭୁଙ୍କଠାରୁ ଯାହା ଶୁଣିଅଛି, ତାହା ତୁମ୍ଭମାନଙ୍କୁ ଜଣାଇଲି।
11ଦୂମା ବିଷୟକ ଭାବବାଣୀ। ଜଣେ ସେୟୀରଠାରୁ ମୋତେ ଡାକି କହୁଅଛି, “ପ୍ରହରୀ, କେତେ ରାତ୍ର ହେଲା? ପ୍ରହରୀ, କେତେ ରାତ୍ର ହେଲା?”