9ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
10ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
11ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।
12ପୁଣି, ସେହି ଦିନ ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ରୋଦନ ଓ ବିଳାପ ଓ ମସ୍ତକ ମୁଣ୍ଡନ ଓ କଟିଦେଶରେ ଚଟବନ୍ଧନ କରିବାକୁ ଡାକିଲେ;
13ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”