13ମାତ୍ର ଦେଖ, ଆମୋଦ ପ୍ରମୋଦ, ଗୋବଧ ଓ ମେଷହନନ, ମାଂସ ଭୋଜନ ଓ ଦ୍ରାକ୍ଷାରସ ପାନ ହେଉଅଛି; “ଆସ, ଆମ୍ଭେମାନେ ଭୋଜନପାନ କରୁ, କାରଣ କାଲି ଆମ୍ଭେମାନେ ମରିବା।”
14ପୁଣି, ସୈନ୍ୟାଧିପତି ସଦାପ୍ରଭୁ ସ୍ୱୟଂ ଆମ୍ଭ କର୍ଣ୍ଣଗୋଚରରେ ପ୍ରକାଶ କଲେ, “ନିଶ୍ଚୟ ତୁମ୍ଭମାନଙ୍କର ମରଣକାଳ ପର୍ଯ୍ୟନ୍ତ ତୁମ୍ଭମାନଙ୍କର ଏହି ଅପରାଧ କ୍ଷମା ହେବ ନାହିଁ,” ପ୍ରଭୁ ସୈନ୍ୟାଧିପତି ସଦାପ୍ରଭୁ ଏରୂପ କହନ୍ତି।
15ପ୍ରଭୁ, ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି, “ତୁମ୍ଭେ ଏହି କୋଷାଧ୍ୟକ୍ଷ ନିକଟକୁ, ଅର୍ଥାତ୍, ଗୃହର ଅଧ୍ୟକ୍ଷ ଶିବ୍ନ ନିକଟକୁ ଯାଇ କୁହ,
16‘ତୁମ୍ଭେ ଏଠାରେ କଅଣ କରୁଅଛ? ଓ ଏଠାରେ ତୁମ୍ଭର କିଏ ଅଛି ଯେ, ତୁମ୍ଭେ ଆପଣା ପାଇଁ ଏକ କବର ଖୋଳିଅଛ? ସେ ତ ଉଚ୍ଚସ୍ଥାନରେ ଆପଣା କବର ଖୋଳିଅଛି ଓ ଶୈଳରେ ଆପଣା ନିମନ୍ତେ ବାସସ୍ଥାନ ଖୋଦନ କରିଅଛି!
17ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।