17ଦେଖ, ବୀରର ନ୍ୟାୟ ସଦାପ୍ରଭୁ ବଳରେ ତୁମ୍ଭକୁ ଫୋପାଡ଼ି ଦେବେ, ହଁ, ସେ ଦୃଢ଼ ରୂପେ ତୁମ୍ଭକୁ ଗୁଡ଼ାଇବେ।
18ନିଶ୍ଚୟ ସେ ପେଣ୍ଡୁ ପରି ତୁମ୍ଭକୁ ବୁଲାଇ ଓ ଘୂରାଇ ଏକ ପ୍ରଶସ୍ତ ଦେଶରେ ନିକ୍ଷେପ କରିବେ; ସେଠାରେ ତୁମ୍ଭେ ମରିବ ଓ ସେଠାରେ ତୁମ୍ଭର ଗୌରବ ସ୍ୱରୂପ ରଥସବୁ ରହିବ, ତୁମ୍ଭେ ଆପଣା ପ୍ରଭୁଙ୍କ ଗୃହର କଳଙ୍କ ସ୍ୱରୂପ।
19ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
20ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍କୀୟର ପୁତ୍ର ଇଲିୟାକୀମ୍କୁ ଡାକିବା;
21ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।