19ପୁଣି, ଆମ୍ଭେ ତୁମ୍ଭକୁ ତୁମ୍ଭ ପଦରୁ ତଡ଼ିଦେବା ଓ ସେ ତୁମ୍ଭକୁ ତୁମ୍ଭ ସ୍ଥାନରୁ ଟାଣି ଆଣି ତଳକୁ ପକାଇବେ।
20ଆଉ, ସେହି ଦିନ ଆମ୍ଭେ ଆପଣା ଦାସକୁ, ହିଲ୍କୀୟର ପୁତ୍ର ଇଲିୟାକୀମ୍କୁ ଡାକିବା;
21ପୁଣି, ଆମ୍ଭେ ତୁମ୍ଭର ଚୋଗା ତାହାକୁ ପରିଧାନ କରାଇବା ଓ ତୁମ୍ଭ କଟିବନ୍ଧନୀରେ ତାହାକୁ ବଳବାନ କରିବା ଓ ତୁମ୍ଭର କର୍ତ୍ତୃତ୍ୱାଧିକାର ତାହା ହସ୍ତରେ ସମର୍ପଣ କରିବା; ତହିଁରେ ସେ ଯିରୂଶାଲମ ନିବାସୀମାନଙ୍କର ଓ ଯିହୁଦା ବଂଶର ପିତା ହେବ।
22ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।
23ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।