ଯିଶାଇୟ 22

ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।

Isaiah 22:24 (UKJV) And they shall hang upon him all the glory of his father's house, the offspring and the issue, all vessels of small quantity, from the vessels of cups, even to all the vessels of flagons.

22ପୁଣି, ଆମ୍ଭେ ଦାଉଦ-ବଂଶର ଚାବି ତାହାର ସ୍କନ୍ଧରେ ରଖିବା, ସେ ଫିଟାଇଲେ, କେହି ବନ୍ଦ କରିବ ନାହିଁ ଓ ସେ ବନ୍ଦ କଲେ, କେହି ଫିଟାଇବ ନାହିଁ।

23ଆଉ, ଆମ୍ଭେ ଖିଲ ପରି ଏକ ଦୃଢ଼ ସ୍ଥାନରେ ତାହାକୁ ବିଦ୍ଧ କରିବା ଓ ସେ ଆପଣା ପିତୃବଂଶର ଗୌରବର ସିଂହାସନ ସ୍ୱରୂପ ହେବ।

24ପୁଣି, ଲୋକମାନେ ତାହାର ପିତୃବଂଶର ସକଳ ଗୌରବ, ସନ୍ତାନସନ୍ତତି ଓ ପାନପାତ୍ରଠାରୁ କଳସ ପର୍ଯ୍ୟନ୍ତ ପ୍ରତ୍ୟେକ କ୍ଷୁଦ୍ର ପାତ୍ର ତାହା ଉପରେ ଟଙ୍ଗାଇବେ।

25ସୈନ୍ୟାଧିପତି ସଦାପ୍ରଭୁ କହନ୍ତି, ଯେଉଁ ଖିଲ ଦୃଢ଼ ସ୍ଥାନରେ ବଦ୍ଧ ଥିଲା, ତାହା ସେହି ଦିନ ଅପସରି ଯିବ ଓ ତାହା ଖୋଦିତ ହୋଇ ତଳେ ପଡ଼ିବ, ପୁଣି ତାହା ଉପରେ ଥିବାର ବୋଝ ନଷ୍ଟ ହେବ, କାରଣ ସଦାପ୍ରଭୁ ଏହା କହିଅଛନ୍ତି।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.