ଯିଶାଇୟ 22

ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।

Isaiah 22:3 (UKJV) All your rulers are fled together, they are bound by the archers: all that are found in you are bound together, which have fled from far.

1ଦର୍ଶନ ଉପତ୍ୟକା ବିଷୟକ ଭାବବାଣୀ। ଏବେ ତୁମ୍ଭର କʼଣ ହେଉଅଛି ଯେ, ତୁମ୍ଭେ ସମସ୍ତେ ଗୃହର ଛାତ ଉପରକୁ ଯାଇଅଛ?

2ହେ ଆନନ୍ଦ ଧ୍ୱନିପୂର୍ଣ୍ଣେ, କୋଳାହଳଯୁକ୍ତେ ନଗରୀ, ଉଲ୍ଲାସପ୍ରିୟେ ପୁରୀ; ତୁମ୍ଭର ହତ ଲୋକମାନେ ଖଡ୍ଗରେ ହତ ହୋଇ ନାହାନ୍ତି, କିଅବା ସେମାନେ ଯୁଦ୍ଧରେ ମରି ନାହାନ୍ତି।

3ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।

4ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”

5କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.