3ତୁମ୍ଭର ଶାସନକର୍ତ୍ତା ସମସ୍ତେ ଏକାବେଳେ ପଳାଇଲେ, ସେମାନେ ଧନୁର୍ଦ୍ଧାରୀମାନଙ୍କ ଦ୍ୱାରା ବନ୍ଧା ଗଲେ; ତୁମ୍ଭ ମଧ୍ୟରେ ପ୍ରାପ୍ତ ସମସ୍ତ ଲୋକ ଏକତ୍ର ବନ୍ଧା ଗଲେ, ସେମାନେ ଦୂରକୁ ପଳାଇଲେ।
4ଏଥିପାଇଁ ମୁଁ କହିଲି, “ମୋତେ ଛାଡ଼ି ଅନ୍ୟଆଡ଼େ ଅନାଅ, ମୁଁ ଅତିଶୟ ରୋଦନ କରିବି; ମୋʼ ଗୋଷ୍ଠୀୟ କନ୍ୟାର ସର୍ବନାଶ ବିଷୟରେ ମୋତେ ସାନ୍ତ୍ୱନା କରିବା ପାଇଁ ଚେଷ୍ଟା କର ନାହିଁ।”
5କାରଣ ଦର୍ଶନ ଉପତ୍ୟକାରେ ପ୍ରଭୁଙ୍କର, ସୈନ୍ୟାଧିପତି ସଦାପ୍ରଭୁଙ୍କର ପ୍ରେରିତ ପରାଜୟର, ଦଳନର, ବ୍ୟାକୁଳତାର ପ୍ରାଚୀର ଭଗ୍ନ ହେବାର ଓ ପର୍ବତଗଣ ପ୍ରତି ଆର୍ତ୍ତନାଦ କରିବାର ଦିନ ଏହି।
6ପୁଣି, ଏଲମ୍ ରଥାରୋହୀ, ଅଶ୍ୱାରୋହୀ ସୈନ୍ୟ ସହିତ ତୂଣ ଧାରଣ କଲା ଓ କୀର୍ ଢାଲ ଅନାବୃତ କଲା।
7ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।