7ପୁଣି, ତୁମ୍ଭର ଅତି ଉତ୍କୃଷ୍ଟ ଉପତ୍ୟକାସବୁ ରଥମାନଙ୍କରେ ପରିପୂର୍ଣ୍ଣ ଥିଲା ଓ ଅଶ୍ୱାରୋହୀମାନେ ନଗର-ଦ୍ୱାରରେ ସସଜ୍ଜ ହୋଇଥିଲେ।
8ପୁଣି, ସେ ଯିହୁଦାର ଓଢ଼ଣା କାଢ଼ି ପକାଇଲେ ଓ ସେହି ଦିନ ତୁମ୍ଭେ ବନଗୃହସ୍ଥ ଯୁଦ୍ଧାସ୍ତ୍ର ପ୍ରତି ଦୃଷ୍ଟି କଲ।
9ଆଉ, ଦାଉଦ-ନଗରର ଭଗ୍ନ ସ୍ଥାନ ଅନେକ ବୋଲି ତୁମ୍ଭେମାନେ ଦେଖିଲ ଓ ନୀଚସ୍ଥ ପୁଷ୍କରିଣୀର ଜଳସବୁ ଏକତ୍ର କଲ।
10ପୁଣି, ତୁମ୍ଭେମାନେ ଯିରୂଶାଲମସ୍ଥ ଗୃହସବୁ ଗଣନା କଲ ଓ ପ୍ରାଚୀର ଦୃଢ଼ କରିବା ପାଇଁ ଗୃହସବୁ ଭାଙ୍ଗିଲ।
11ମଧ୍ୟ ତୁମ୍ଭେମାନେ ପୁରାତନ ପୁଷ୍କରିଣୀର ଜଳ ନିମନ୍ତେ ଦୁଇ ପ୍ରାଚୀରର ମଧ୍ୟସ୍ଥାନରେ ଜଳାଶୟ ପ୍ରସ୍ତୁତ କଲ; ମାତ୍ର ଯେ ଏହା ସାଧନ କଲେ, ତୁମ୍ଭେମାନେ ତାହାଙ୍କ ପ୍ରତି ଅନାଇଲ ନାହିଁ, କିଅବା ଯେ ଦୀର୍ଘକାଳରୁ ଏଥିର ସଂକଳ୍ପ କଲେ, ତୁମ୍ଭେମାନେ ତାହାଙ୍କୁ ଆଦର କଲ ନାହିଁ।