12ପୁଣି, ସେ କହିଲେ, “ଆଗୋ ସୀଦୋନର ଉପଦ୍ରୁତେ, ଅନୂଢ଼େ କନ୍ୟେ, ତୁମ୍ଭେ ଆଉ ଉଲ୍ଲାସ କରିବ ନାହିଁ, ଉଠ, ପାର ହୋଇ କିତ୍ତୀମକୁ ଯାଅ; ସେଠାରେ ସୁଦ୍ଧା ତୁମ୍ଭେ କିଛି ବିଶ୍ରାମ ପାଇବ ନାହିଁ।”
13କଲ୍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।
14ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।
15ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।
16ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।