ଯିଶାଇୟ 23

ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।

Isaiah 23:15 (UKJV) And it shall come to pass in that day, that Tyre shall be forgotten seventy years, according to the days of one king: after the end of seventy years shall Tyre sing as an harlot.

13କଲ୍‍ଦୀୟମାନଙ୍କର ଦେଶକୁ ଦେଖ; ଏହି ଲୋକେ ଆଉ ନାହାନ୍ତି; ବନ୍ୟ ଜନ୍ତୁଗଣ ନିମନ୍ତେ ଅଶୂରୀୟ ତାହା ନିରୂପଣ କରିଅଛି; ସେମାନେ ଦୁର୍ଗ କରି ତାହାର ଅଟ୍ଟାଳିକାସକଳ ଉତ୍ପାଟନ କଲେ; ସେ ତାହା କାନ୍ଥଡ଼ାର ଢ଼ିପି କଲା।

14ହେ ତର୍ଶୀଶର ଜାହାଜସମୂହ, ହାହାକାର କର, କାରଣ ତୁମ୍ଭମାନଙ୍କର ଦୃଢ଼ ଦୁର୍ଗ ଉଚ୍ଛିନ୍ନ ହେଲା।

15ସେହି ଦିନ ଏପରି ଘଟିବ ଯେ, ଏକ ରାଜାର ଅଧିକାରର ସମୟ ପ୍ରମାଣେ ସୋର ସତୁରି ବର୍ଷ ପର୍ଯ୍ୟନ୍ତ ବିସ୍ମୃତ ହେବ; ସତୁରି ବର୍ଷ ଶେଷ ହେଲା ଉତ୍ତାରେ ବେଶ୍ୟାର ଗୀତ ଅନୁଯାୟୀ ସୋର ପ୍ରତି ଘଟିବ।

16ହେ ବିସ୍ମୃତ ବେଶ୍ୟେ, ବୀଣା ନେଇ ନଗର ଭ୍ରମଣ କର; ତୁମ୍ଭେ ଯେପରି ସ୍ମୃତିପଥରେ ଆସିବ, ଏଥିପାଇଁ ମଧୁର ତାଳରେ ବଜାଅ, ଅନେକ ଗୀତ ଗାଅ।

17ଆହୁରି, ସତୁରି ବର୍ଷ ସମାପ୍ତ ହେଲା ଉତ୍ତାରେ ସଦାପ୍ରଭୁ ସୋରର ତତ୍ତ୍ୱ ଅନୁସନ୍ଧାନ କରିବେ, ତହୁଁ ସେ ଆପଣା ଭଡ଼ାଟୀୟା ବୃତ୍ତିକୁ ଫେରିବ, ପୁଣି, ଭୂମଣ୍ଡଳରେ ସର୍ବତ୍ର ପୃଥିବୀସ୍ଥ ସକଳ ରାଜ୍ୟ ସଙ୍ଗେ ବେଶ୍ୟାବୃତ୍ତି କରିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.