ଯିଶାଇୟ 23

ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।

Isaiah 23:3 (UKJV) And by great waters the seed of Sihor, the harvest of the river, is her revenue; and she is a merchant of nations.

1ସୋର ବିଷୟକ ଭାବବାଣୀ। ହେ ତର୍ଶୀଶର ଜାହାଜସକଳ, ତୁମ୍ଭେମାନେ ହାହାକାର କର; କାରଣ ତାହା ଏପରି ଉଚ୍ଛିନ୍ନ ହେଲା ଯେ, ତହିଁ ମଧ୍ୟରେ କୌଣସି ଗୃହ ନାହିଁ, କିମ୍ବା ପ୍ରବେଶିବାର ପଥ ନାହିଁ; କିତ୍ତୀମ ଦେଶରୁ ଏହା ସେମାନଙ୍କ ପ୍ରତି ପ୍ରକାଶିତ ହେଲା।

2ହେ ଦ୍ୱୀପନିବାସୀମାନେ, ତୁମ୍ଭେମାନେ ନୀରବ ହୁଅ; ସମୁଦ୍ର ପାରଗାମୀ ସୀଦୋନୀୟ ବଣିକମାନେ ତୁମ୍ଭ (ଦେଶ)କୁ ପରିପୂର୍ଣ୍ଣ କଲେ।

3ପୁଣି, ମହାଜଳରାଶିରେ ଷୀୟୋରର ବୀଜ ଓ ନୀଳ ନଦୀର ଶସ୍ୟ ତାହାର ଆୟ ଥିଲା; ପୁଣି, ତାହା ନାନା ଦେଶୀୟମାନଙ୍କର ଗଞ୍ଜ ସ୍ୱରୂପ ଥିଲା।

4ହେ ସୀଦୋନ, ତୁମ୍ଭେ ଲଜ୍ଜିତ ହୁଅ, କାରଣ ସାଗର, ସାଗରର ଦୃଢ଼ ଦୁର୍ଗ ଏହି କଥା କହିଅଛି, “ଆମ୍ଭେ ପ୍ରସବବେଦନା ଭୋଗି ନାହୁଁ, ପ୍ରସବ କରି ନାହୁଁ କିଅବା ଯୁବକଗଣର ପ୍ରତିପାଳନ କରି ନାହୁଁ, କିମ୍ବା ଯୁବତୀଗଣର ଭରଣପୋଷଣ କରି ନାହୁଁ।”

5ଏହି ସମ୍ବାଦ ମିସରରେ ଉପସ୍ଥିତ ହେଲେ, ଲୋକମାନେ ସୋର ବିଷୟକ ସମ୍ବାଦରେ ଅତ୍ୟନ୍ତ ବ୍ୟଥିତ ହେବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.