6ତୁମ୍ଭେମାନେ ପାର ହୋଇ ତର୍ଶୀଶକୁ ଯାଅ; ହେ ଦ୍ୱୀପନିବାସୀମାନେ, ହାହାକାର କର।
7ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
8ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
9ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
10ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।