7ଏହି କି ତୁମ୍ଭମାନଙ୍କର ଉଲ୍ଲାସକାରିଣୀ ନଗରୀ? ଏହା ପ୍ରାଚୀନ କାଳରେ ହେଁ ପ୍ରାଚୀନ ଥିଲା; ଏହାର ଚରଣ ଦୂର ଦେଶରେ ପ୍ରବେଶ କରିବା ପାଇଁ ଏହାକୁ ନେଇଗଲା।
8ମୁକୁଟ ବିତରଣକାରିଣୀ ସୋରର ବଣିକମାନେ ରାଜ ତୁଲ୍ୟ, ତାହାର ମହାଜନମାନେ ପୃଥିବୀର ସମ୍ଭ୍ରାନ୍ତ ଲୋକ; ତାହାର ବିପରୀତରେ ଏହି ମନ୍ତ୍ରଣା କିଏ କରିଅଛି?
9ସୈନ୍ୟାଧିପତି ସଦାପ୍ରଭୁ ତାହାର ଭୂଷଣର ଅହଙ୍କାର ଅଶୁଚି କରିବା ଓ ପୃଥିବୀର ସମ୍ଭ୍ରାନ୍ତ ଲୋକ ସମସ୍ତଙ୍କୁ ତୁଚ୍ଛନୀୟ କରିବା ନିମନ୍ତେ ଏହି ମନ୍ତ୍ରଣା କରିଅଛନ୍ତି।
10ଆଗୋ ତର୍ଶୀଶର କନ୍ୟେ, ତୁମ୍ଭେ ନୀଳ ନଦୀ ତୁଲ୍ୟ ଆପଣା ଦେଶ ମଧ୍ୟଦେଇ ଯାଅ, ତୁମ୍ଭର କଟିବନ୍ଧନ ଆଉ ନାହିଁ।
11ସେ ସମୁଦ୍ର ଉପରେ ଆପଣା ହସ୍ତ ବିସ୍ତାର କରିଅଛନ୍ତି, ସେ ରାଜ୍ୟସକଳକୁ ହଲାଇ ଅଛନ୍ତି; ସଦାପ୍ରଭୁ କିଣାନର ଦୃଢ଼ ଦୁର୍ଗସବୁ ଉଚ୍ଛିନ୍ନ କରିବା ନିମନ୍ତେ ତାହାର ପ୍ରତିକୂଳରେ ଆଜ୍ଞା କରିଅଛନ୍ତି।