8ତବଲାର ଆମୋଦ ନିବୃତ୍ତ ହେଉଅଛି, ଉଲ୍ଲାସକାରୀମାନଙ୍କର ଧ୍ୱନି ଶେଷ ହେଉଅଛି, ବୀଣାର ଆନନ୍ଦ ନିବୃତ୍ତ ହେଉଅଛି।
9ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
10ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
11ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
12ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।