9ଲୋକମାନେ ଗାନ ସହକାରେ ଦ୍ରାକ୍ଷାରସ ପାନ କରିବେ ନାହିଁ; ସୁରାପାୟୀମାନଙ୍କୁ ସୁରା ତିକ୍ତ ଲାଗିବ।
10ନିର୍ଜନ ନଗର ଭଗ୍ନ ହୋଇଅଛି; କୌଣସି ମନୁଷ୍ୟ ଯେପରି ଭିତରକୁ ଯାଇ ନ ପାରିବ, ଏଥିପାଇଁ ପ୍ରତ୍ୟେକ ଗୃହ ରୁଦ୍ଧ ହୋଇଅଛି।
11ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
12ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
13କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।