11ଦ୍ରାକ୍ଷାରସ ସକାଶେ ସଡ଼କରେ ଚିତ୍କାର ହୁଏ; ସବୁ ପ୍ରକାର ଆନନ୍ଦ ଅନ୍ଧକାରାଚ୍ଛନ୍ନ ହୋଇଅଛି, ଦେଶର ଆମୋଦ ଯାଇଅଛି।
12ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।
13କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।
14ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।
15ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।