ଯିଶାଇୟ 24

ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।

Isaiah 24:14 (UKJV) They shall lift up their voice, they shall sing for the majesty of the LORD, they shall cry aloud from the sea.

12ନଗରରେ ଧ୍ୱଂସତା ମାତ୍ର ଅବଶିଷ୍ଟ ଥାଏ ଓ ଦ୍ୱାର ଭଗ୍ନ ହୋଇ ବିନଷ୍ଟ ହୋଇଅଛି।

13କାରଣ ଯେପରି ଜୀତବୃକ୍ଷ ଝାଡ଼ିବା ବେଳେ ହୁଏ ଓ ଦ୍ରାକ୍ଷାଫଳ ସଂଗ୍ରହ ଉତ୍ତାରେ ଯେପରି ଦ୍ରାକ୍ଷା ସାଉଁଟିବାର ହୁଏ, ସେହିପରି ପୃଥିବୀସ୍ଥ ଗୋଷ୍ଠୀୟମାନଙ୍କ ମଧ୍ୟରେ ଘଟିବ।

14ଏମାନେ ଉଚ୍ଚ ରବ କରିବେ, ଏମାନେ ଆନନ୍ଦଧ୍ୱନି କରିବେ; ସଦାପ୍ରଭୁଙ୍କର ମହିମା ସକାଶୁ ସେମାନେ ସମୁଦ୍ରରୁ ଉଚ୍ଚଧ୍ୱନି କରିବେ।

15ଏହେତୁ ତୁମ୍ଭେମାନେ ପୂର୍ବଦେଶରେ ସଦାପ୍ରଭୁଙ୍କର, ଅର୍ଥାତ୍‍, ଇସ୍ରାଏଲର ପରମେଶ୍ୱର ସଦାପ୍ରଭୁଙ୍କ ନାମର ଗୌରବ ସମୁଦ୍ରର ଦ୍ୱୀପସମୂହରେ ପ୍ରକାଶ କର।

16ଧାର୍ମିକମାନେ ଶୋଭା ପାଆନ୍ତି, ଏହି ଗାନ ଆମ୍ଭେମାନେ ପୃଥିବୀର ପ୍ରାନ୍ତ ସୀମାରୁ ଶୁଣିଅଛୁ। ମାତ୍ର ମୁଁ କହିଲି, “ମୁଁ କ୍ଷୀଣ ହେଉଅଛି, ମୁଁ କ୍ଷୀଣ ହେଉଅଛି! ମୁଁ ସନ୍ତାପର ପାତ୍ର! ବିଶ୍ୱାସଘାତକମାନେ ବିଶ୍ୱାସଘାତକତା କରିଅଛନ୍ତି; ହଁ, ବିଶ୍ୱାସଘାତକମାନେ ଅତିଶୟ ବିଶ୍ୱାସଘାତକତା କରିଅଛନ୍ତି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.