17ହେ ପୃଥିବୀନିବାସୀ ଲୋକ, ତୁମ୍ଭ ନିମନ୍ତେ ଭୟ, ଗର୍ତ୍ତ ଓ ଫାନ୍ଦ ପ୍ରସ୍ତୁତ ଅଛି।
18ଆଉ, ଏପରି ଘଟିବ, କେହି ଯଦି ଭୟର ଶବ୍ଦରୁ ପଳାଏ, ସେ ଗର୍ତ୍ତରେ ପଡ଼ିବ; କେହି ଗର୍ତ୍ତ ମଧ୍ୟରୁ ଉଠି ଆସିଲେ, ସେ ଫାନ୍ଦରେ ଧରାଯିବ; କାରଣ ଊର୍ଦ୍ଧ୍ୱସ୍ଥ ଝରକାସବୁ ମୁକ୍ତ ଅଛି ଓ ପୃଥିବୀର ମୂଳସବୁ କମ୍ପମାନ ହେଉଅଛି।
19ପୃଥିବୀ ନିତାନ୍ତ ବିଦୀର୍ଣ୍ଣ ହେଉଅଛି, ପୃଥିବୀ ନିତାନ୍ତ ତରଳି ଯାଇଅଛି, ପୃଥିବୀ ଅତିଶୟ ବିଚଳିତ ହୋଇଅଛି।
20ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।
21ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।