ଯିଶାଇୟ 24

ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।

Isaiah 24:22 (UKJV) And they shall be gathered together, as prisoners are gathered in the pit, and shall be shut up in the prison, and after many days shall they be visited.

20ପୃଥିବୀ ମତ୍ତ ଲୋକ ପରି ଟଳଟଳ ହେବ ଓ କୁଡ଼ିଆ ଘର ପରି ଏଣେତେଣେ ଦୋହଲିବ; ଆଉ, ତାହାର ଅପରାଧ ତାହା ଉପରେ ଭାରୀ ହେବ, ତହିଁରେ ସେ ପଡ଼ିବ, ଆଉ ଉଠିବ ନାହିଁ।

21ପୁଣି, ସେହି ଦିନ ସଦାପ୍ରଭୁ ଊର୍ଦ୍ଧ୍ୱରେ ଊର୍ଦ୍ଧ୍ୱସ୍ଥମାନଙ୍କର ସୈନ୍ୟସାମନ୍ତକୁ ଓ ଭୂମଣ୍ଡଳରେ ଭୂମଣ୍ଡଳସ୍ଥ ରାଜାଗଣଙ୍କୁ ପ୍ରତିଫଳ ଦେବେ।

22ତହିଁରେ ଯେପରି ବନ୍ଦୀମାନେ କୂପରେ ଏକତ୍ରୀକୃତ ହୁଅନ୍ତି, ସେହିପରି ସେମାନେ ଏକତ୍ରୀକୃତ ହୋଇ ବନ୍ଦୀଗୃହରେ ରୁଦ୍ଧ ହେବେ, ପୁଣି, ଅନେକ ଦିନ ଉତ୍ତାରେ ସେମାନଙ୍କର ତତ୍ତ୍ୱାନୁସନ୍ଧାନ କରାଯିବ।

23ସେତେବେଳେ ଚନ୍ଦ୍ର ଅପ୍ରସ୍ତୁତ ଓ ସୂର୍ଯ୍ୟ ଲଜ୍ଜିତ ହେବ; କାରଣ ସୈନ୍ୟାଧିପତି ସଦାପ୍ରଭୁ ସିୟୋନ ପର୍ବତରେ, ଯିରୂଶାଲମରେ ଓ ତାହାଙ୍କ ପ୍ରାଚୀନବର୍ଗର ସମ୍ମୁଖରେ ମହାପ୍ରତାପରେ ରାଜତ୍ୱ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.