2ତହିଁରେ ଯେପରି ଲୋକମାନଙ୍କର, ସେହିପରି ଯାଜକର; ଯେପରି ଦାସର, ସେହିପରି ତାହାର କର୍ତ୍ତାର; ଯେପରି ଦାସୀର, ସେହିପରି ତାହାର କର୍ତ୍ତ୍ରୀର; ଯେପରି କ୍ରୟକାରୀର, ସେହିପରି ବିକ୍ରୟକାରୀର; ଯେପରି ମହାଜନର, ସେହିପରି ଖାତକର; ଯେପରି ସୁଧଗ୍ରାହୀର, ସେହିପରି ସୁଧଦାତାର ପ୍ରତି ଘଟିବ।
3ପୃଥିବୀ ସମ୍ପୂର୍ଣ୍ଣ ରୂପେ ଶୂନ୍ୟ ଓ ସମ୍ପୂର୍ଣ୍ଣ ରୂପେ ଲୁଟିତ ହେବ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
4ପୃଥିବୀ ଶୋକ କରି ନିସ୍ତେଜ ହେଉଅଛି, ଜଗତ ମ୍ଳାନ ହୋଇ ନିସ୍ତେଜ ହେଉଅଛି, ପୃଥିବୀର ଉଚ୍ଚ ଲୋକମାନେ ମ୍ଳାନ ହୁଅନ୍ତି।
5ପୃଥିବୀ ତନ୍ନିବାସୀମାନଙ୍କ ପଦ ତଳେ ଅପବିତ୍ର ହୋଇଅଛି, କାରଣ ସେମାନେ ବ୍ୟବସ୍ଥାସବୁ ଲଙ୍ଘନ କରିଅଛନ୍ତି, ବିଧି ଅନ୍ୟଥା କରିଅଛନ୍ତି, ଅନନ୍ତକାଳସ୍ଥାୟୀ ନିୟମ ଭାଙ୍ଗିଅଛନ୍ତି।
6ଏହେତୁ ଅଭିଶାପ ପୃଥିବୀକୁ ଗ୍ରାସ କରିଅଛି ଓ ତନ୍ନିବାସୀଗଣ ଅପରାଧୀ ହୋଇଅଛନ୍ତି; ତହିଁ ନିମନ୍ତେ ପୃଥିବୀ ନିବାସୀମାନେ ଦଗ୍ଧ ହୋଇଅଛନ୍ତି ଓ ଅଳ୍ପ ଲୋକ ଅବଶିଷ୍ଟ ଅଛନ୍ତି।