ଯିଶାଇୟ 25

ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।

Isaiah 25:3 (UKJV) Therefore shall the strong people glorify you, the city of the terrible nations shall fear you.

1ହେ ସଦାପ୍ରଭୋ, ତୁମ୍ଭେ ମୋହର ପରମେଶ୍ୱର; ମୁଁ ତୁମ୍ଭର ଗୌରବ କରିବି, ମୁଁ ତୁମ୍ଭ ନାମର ପ୍ରଶଂସା କରିବି; କାରଣ ତୁମ୍ଭେ ଆଶ୍ଚର୍ଯ୍ୟକ୍ରିୟା, ଅର୍ଥାତ୍‍, ପୁରାତନ କାଳର ମନ୍ତ୍ରଣାସବୁ ବିଶ୍ୱସ୍ତତାରେ ଓ ସତ୍ୟରେ ସାଧନ କରିଅଛ।

2ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।

3ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।

4କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।

5ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.