2ଯେହେତୁ ତୁମ୍ଭେ ନଗରକୁ ଢିପି, ପ୍ରାଚୀର-ବେଷ୍ଟିତ ନଗରକୁ କାନ୍ଥଡ଼ା କରିଅଛ; ବିଦେଶୀମାନଙ୍କ ରାଜପୁରୀକୁ ବିନଷ୍ଟ କରିଅଛ; ତାହା ଆଉ କେବେ ନିର୍ମିତ ହେବ ନାହିଁ।
3ଏଥିପାଇଁ ବଳବାନ ଲୋକମାନେ ତୁମ୍ଭର ଗୌରବ କରିବେ ଓ ଭୟଙ୍କର ଗୋଷ୍ଠୀୟମାନଙ୍କ ନଗର ତୁମ୍ଭଙ୍କୁ ଭୟ କରିବ।
4କାରଣ ତୁମ୍ଭେ ଦରିଦ୍ରର ଦୃଢ଼ ଦୁର୍ଗ, ଦୀନହୀନର ସଙ୍କଟ ସମୟରେ ତାହାର ଦୃଢ଼ ଦୁର୍ଗ, ଭୟଙ୍କର ଲୋକମାନଙ୍କ ଶ୍ୱାସବାୟୁ ପ୍ରବଳ ବତାସ ତୁଲ୍ୟ ପ୍ରାଚୀରରେ ଲାଗିବା ବେଳେ ପ୍ରବଳ ବତାସ ନିବାରକ ଆଶ୍ରୟ, ତାପ ନିବାରକ ଛାୟା ହୋଇଅଛ।
5ଯେପରି ତୁମ୍ଭେ ଶୁଷ୍କ ଦେଶରେ ତାପକୁ, ସେହିପରି ବିଦେଶୀମାନଙ୍କର କୋଳାହଳକୁ ନିବାରଣ କରିବ; ଯେପରି ମେଘର ଛାୟା ଦ୍ୱାରା ତାପ, ସେହିପରି ଭୟଙ୍କର ଲୋକମାନଙ୍କର ଗାୟନ ଧ୍ୱନି କ୍ଷାନ୍ତ କରାଯିବ।
6ପୁଣି, ସୈନ୍ୟାଧିପତି ସଦାପ୍ରଭୁ ଏହି ପର୍ବତରେ ଯାବତୀୟ ଗୋଷ୍ଠୀ ନିମନ୍ତେ ଉତ୍ତମ ଉତ୍ତମ ଖାଦ୍ୟଦ୍ରବ୍ୟର ଏକ ଭୋଜ, ପୁରାତନ ଦ୍ରାକ୍ଷାରସର, ମେଦପୂର୍ଣ୍ଣ ଉତ୍ତମ ଖାଦ୍ୟଦ୍ରବ୍ୟର, ସୁନିର୍ମଳୀକୃତ ପୁରାତନ ଦ୍ରାକ୍ଷାରସର ଏକ ଭୋଜ ପ୍ରସ୍ତୁତ କରିବେ।