7ଆଉ, ସର୍ବଗୋଷ୍ଠୀୟମାନଙ୍କ ଉପରେ ଯେଉଁ ଓଢ଼ଣା ପଡ଼ିଅଛି ଓ ସର୍ବଦେଶୀୟମାନଙ୍କ ଉପରେ ଯେଉଁ ଆବରକ ବସ୍ତ୍ର ପ୍ରସାରିତ ହୋଇଅଛି, ତାହା ସେ ଏହି ପର୍ବତରେ ବିନାଶ କରିବେ।
8ସେ ମୃତ୍ୟୁକୁ ଅନନ୍ତକାଳ ନିମନ୍ତେ ଗ୍ରାସ କରିଅଛନ୍ତି ଓ ପ୍ରଭୁ, ସଦାପ୍ରଭୁ, ସମସ୍ତଙ୍କ ମୁଖରୁ ଲୋତକ ଜଳ ପୋଛି ଦେବେ ଓ ସମୁଦାୟ ପୃଥିବୀରୁ ଆପଣା ଲୋକମାନଙ୍କର ଦୁର୍ନାମ ଦୂର କରିବେ; କାରଣ ସଦାପ୍ରଭୁ ଏହି କଥା କହିଅଛନ୍ତି।
9ପୁଣି, ସେହି ଦିନ ଏହି କଥା କୁହାଯିବ, “ଦେଖ, ଏହି ଆମ୍ଭମାନଙ୍କର ପରମେଶ୍ୱର; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ ଓ ସେ ଆମ୍ଭମାନଙ୍କୁ ଉଦ୍ଧାର କରିବେ; ଏ ସଦାପ୍ରଭୁ ଅଟନ୍ତି; ଆମ୍ଭେମାନେ ତାହାଙ୍କୁ ଅପେକ୍ଷା କରିଅଛୁ, ଆମ୍ଭେମାନେ ତାହାଙ୍କ କୃତ ପରିତ୍ରାଣରେ ଆନନ୍ଦିତ ହୋଇ ଉଲ୍ଲାସ କରିବୁ।”
10କାରଣ ଏହି ପର୍ବତରେ ସଦାପ୍ରଭୁଙ୍କର ହସ୍ତ ଅଧିଷ୍ଠିତ ହେବ, ଆଉ ଯେପରି କୁଟା ଖତଗଦାର ଜଳରେ ପଦ ତଳେ ଦଳିତ ହୁଏ, ସେହିପରି ମୋୟାବ ସ୍ୱ ସ୍ଥାନରେ ଦଳିତ ହେବ।
11ଆଉ, ପହଁରିବା ଲୋକ ଯେପରି ପହଁରିବା ପାଇଁ ହସ୍ତ ବିସ୍ତାର କରେ, ସେହିପରି ସେ ତହିଁ ମଧ୍ୟରେ ଆପଣା ହସ୍ତ ବିସ୍ତାର କରିବ; ମାତ୍ର ତାହାର ହସ୍ତ-କୌଶଳ ସମେତ ସେ ତାହାର ଗର୍ବ ଖର୍ବ କରିବେ।