ଯିଶାଇୟ 26

ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।

Isaiah 26:11 (UKJV) LORD, when your hand is lifted up, they will not see: but they shall see, and be ashamed for their envy at the people; yea, the fire of yours enemies shall devour them.

9ରାତ୍ରିକାଳରେ ମୁଁ ଆପଣା ପ୍ରାଣ ସହିତ ତୁମ୍ଭର ଆକାଂକ୍ଷା କରିଅଛି; ହଁ, ମୁଁ ଆପଣା ଅନ୍ତରସ୍ଥ ଆତ୍ମା ସହିତ ଶୀଘ୍ର ତୁମ୍ଭର ଅନ୍ୱେଷଣ କରିବି; କାରଣ ପୃଥିବୀରେ ତୁମ୍ଭର ଶାସନସକଳ ପ୍ରକାଶିତ ହେଲେ ଜଗନ୍ନିବାସୀମାନେ ଧର୍ମ ଶିକ୍ଷା କରନ୍ତି।

10ଦୁଷ୍ଟ ଲୋକ ପ୍ରତି ଦୟା ପ୍ରକାଶ କରାଗଲେ ହେଁ ସେ ଧର୍ମ ଶିଖିବ ନାହିଁ; ସରଳତାର ଦେଶରେ ସେ ଅନ୍ୟାୟ କରିବ ଓ ସଦାପ୍ରଭୁଙ୍କର ମହିମାକୁ ଅନାଇବ ନାହିଁ।

11ହେ ସଦାପ୍ରଭୋ, ତୁମ୍ଭର ହସ୍ତ ଉତ୍ଥିତ ହୋଇଅଛି, ତଥାପି ସେମାନେ ଦେଖନ୍ତି ନାହିଁ, ମାତ୍ର ଲୋକମାନଙ୍କ ପକ୍ଷରେ ତୁମ୍ଭର ଉଦ୍‍ଯୋଗ ଦେଖି ସେମାନେ ଲଜ୍ଜିତ ହେବେ; ହଁ, ଅଗ୍ନି ତୁମ୍ଭ ବିପକ୍ଷଗଣକୁ ଗ୍ରାସ କରିବ।

12ହେ ସଦାପ୍ରଭୋ, ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଶାନ୍ତି ନିରୂପଣ କରିବ; କାରଣ ତୁମ୍ଭେ ଆମ୍ଭମାନଙ୍କ ନିମନ୍ତେ ଆମ୍ଭମାନଙ୍କର ସକଳ କାର୍ଯ୍ୟ ସାଧନ କରିଅଛ।

13ହେ ସଦାପ୍ରଭୋ, ଆମ୍ଭମାନଙ୍କ ପରମେଶ୍ୱର, ତୁମ୍ଭ ଛଡ଼ା ଅନ୍ୟ ପ୍ରଭୁମାନେ ଆମ୍ଭମାନଙ୍କ ଉପରେ ରାଜତ୍ୱ କରିଥିଲେ, ମାତ୍ର କେବଳ ତୁମ୍ଭ ଦ୍ୱାରା ଆମ୍ଭେମାନେ ତୁମ୍ଭ ନାମର କୀର୍ତ୍ତନ କରିବା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.